ଆଜିର ରାଶିଫଳ, କେଉଁ ରାଶର ବେକ୍ତି ହେବେ ଲାଭଦାୟକ

 


ମେଷ: ସକାଳ ୭ଟା ୧୩ ମିନିଟ୍ ପରେ ଶୁକ୍ଳପକ୍ଷ ଓ ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।


ଶୁଭ ରଙ୍ଗ: ସିଲ୍ଭର, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।


ବୃଷ : ଘାତବାର, ଅଷ୍ଟମ ଚନ୍ଦ୍ର, ଅମାବାସ୍ୟା ତିଥି ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ସାମଗ୍ରୀ ବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।


ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।


ମିଥୁନ : ସପ୍ତମ ଚନ୍ଦ୍ର, ଶନିବାର ଯୋଗୁ ମନରେ ପ୍ରସନ୍ନତା, ଚାଲିଚନଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ମୂଲ୍ୟବାନ ଧାତୁ, ବସନଭୂଷଣ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହାୟତା ପ୍ରାପ୍ତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।


ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା: ମା' ତ୍ରିପୁର ସୁନ୍ଦରୀ ।


କର୍କଟ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ୱିନୀ କର୍କଟ, ସେମାନେ ଉପକୃତ ହେବେ ।


ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା' ଭୁବନେଶ୍ୱରୀ ।


ସିଂହ : ଘାତବାର, ଘାତ ନକ୍ଷତ୍ର ଓ ପଞ୍ଚମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଓ କଳା ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କର ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ । ପିତାମାତାଙ୍କ କୃପା ଲାଭ କରିବେ ଏବଂ ପାରିବାରିକ ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ପୁର୍ବା ଫାଲ୍ଗୁନୀ ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ ।


ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ମା' ମାଣିକେଶ୍ୱରୀ ।


କନ୍ୟା : ଘାତବାର ଓ ଚତୁର୍ଥ ଚନ୍ଦ୍ର ଓ ଶୁକ୍ଳପକ୍ଷ ସକାଳ ୭ଟା ୧୩ ମିନିଟ୍ ପରେ ଆରମ୍ଭ ହେଉଥିବାରୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଗୁରୁଜନଙ୍କ ସହ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି, ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।


ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।


ତୁଳା : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଭାଇଭଉଣୀଙ୍କ ବିବାଦ ଉଗ୍ରରୂପ ନେବ । ପାରିବାରିକ ବିବାଦ, ଜମିଜମା ବିବାଦ ଲାଗି ରହିବ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା, ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ ।


ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା' ଗାୟତ୍ରୀ ।


ବିଛା : ଦ୍ୱିତୀୟ ଚନ୍ଦ୍ର ଓ ଶୁକ୍ଳପକ୍ଷ ୭ଟା ୧୩ ମିନିଟ୍ ପରେ ଆରମ୍ଭ ହେଉଥିବାରୁ ଧନ ଓ ଆୟ ପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ନାହିଁ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଂଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।


ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।


ଧନୁ : ଶ୍ରୀଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ମନରେ ପ୍ରସନ୍ନତା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।


ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।


ମକର : ଦ୍ୱାଦଶ ଚନ୍ଦ୍ର ଓ ସକାଳ ୭ଟା ୧୩ ମିନିଟ୍ ପର୍ଯ୍ୟନ୍ତ ଅମାବାସ୍ୟା ତିଥି ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।


ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା' ଦୁର୍ଗା ।


କୁମ୍ଭ : ଘାତଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ କିମ୍ବା ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟ ଘଟିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ କର୍ମପ୍ରତି ବିପଦ ଆସିପାରେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ ।


ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା: ମା' ଭୈରବୀ ।


ମୀନ : ଦଶମ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ପୁରାତନକୁ ପରିତ୍ୟାଗ କରି ନୂତନକୁ ସ୍ୱାଗତ କରିବେ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା, ସହକର୍ମୀଙ୍କ ସହଯୋଗ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ପୁର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।


ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା' ମାତଙ୍ଗୀ ।


ଜ୍ୟୋତିର୍ବିଦ୍ : କୈଳାସ ଦାଶ

Post a Comment

0 Comments