ଶୁଭ ରଙ୍ଗ: ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁହନୁମାନ ।
ବୃଷ : ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ା ପଣ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋ ମାଳିନ୍ୟ, ଗୁରୁଜନଙ୍କ ସହ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଷ୍ଟକ ସଦୃଶମନେ ହେବ । ଯେଉଁମାନଙ୍କର ମୃଗ ଶିରାବୃଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲ୍ଭର,ସଂଖ୍ୟା : ୧୨, ଆରାଧନା : ମା' କମଳା ।
ମିଥୁନ : ଦପ୍ତମ ଚନ୍ଦ୍ର, ରବିବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ: ମେରୁନ୍,ସଂଖ୍ୟା : ୮, ଆରାଧନା: ଭଗବାନ ବିଷ୍ଣୁ ।
କର୍କଟ : ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ଉପାୟ ମିଳିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା' ସମଲେଶ୍ୱରୀ ।
ସିଂହ : ପଞ୍ଚମ ଚନ୍ଦ୍ର ଓ ରବିବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ପିତାମାତା, ଗୁରୁଜନ ଓ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ସନ୍ତାନମାନେ ଆଜ୍ଞାଧୀନ ହେବେ ଓ ତାଙ୍କଶିକ୍ଷା, ଦୀକ୍ଷା, ଚାଲିଚଳନ ଓ କର୍ମରେ ଉନ୍ନତି ଆସିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
କନ୍ୟା : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଚିତ୍ରାକନ୍ୟା ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ :କଫି, ସଂଖ୍ୟା : ୪, ଆରାଧନା : ମା' ତ୍ରିପୁରସୁନ୍ଦରୀ ।
ତୁଳା : ଘାତ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତକର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ମନ ଅସ୍ଥିର, ବିଷାଦ ଗ୍ରସ୍ତ ରହିବ ଏବଂ ଭାଇଭଉଣୀଙ୍କ ସହ ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଚିତ୍ରା ତୁଳା ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।
ବିଛା : ଦ୍ୱିତୀୟଚନ୍ଦ୍ରସକାଳ ୯ଟା ୧୧ ମିନିଟ୍ ପରେ ଦ୍ୱିତୀୟା ତିଥି ଯୋଗୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରିପାଇବେ । ଧନର ସତ୍ ବିନି ଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।
ଧନୁ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁ ସମ୍ପର୍କ, ପରିବାରରେ ସୁଖ ଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ ଏବଂ ପରିବାର ସହ କୌଣସି ଧାର୍ମିକ ସ୍ଥଳକୁ ଯାତ୍ରା କରିବେ । ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମତୃପ୍ତି ରହିବ। କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା' ତାରା ।
ମକର : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ, ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ । ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ି ପାରେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ମନ ଅସ୍ଥିର, ବିଷାଦ ଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା ମକର ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ :କଳା, ସଂଖ୍ୟା : ୩, ଆରାଧନା : ମା' ଚଣ୍ଡୀ ।
କୁମ୍ଭ : ଘାତ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଧନ କ୍ଷତି, ମାନସିକ ଅସ୍ଥିରତା ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲି ମକଦ୍ଦମାରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ :ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା: ମା' କମଳା ।
ମୀନ : ଦଶମ ଚନ୍ଦ୍ର, ରବିବାର ଯୋଗୁ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତକର୍ମରେ ଆପଣଙ୍କର କର୍ମ କୁଶଳତା, କାର୍ଯ୍ୟ ଦକ୍ଷତା ଓ ସମୟାନୁ ବର୍ତ୍ତିତା ପ୍ରକାଶ ପାଇବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ ।ଯେଉଁମାନଙ୍କର ଉତ୍ତର ଭାଦ୍ରମୀନ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ପ୍ରଭୁଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ

0 Comments