ମେଷ :ଦଶମ ଚନ୍ଦ୍ର, ମଙ୍ଗଳବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ସୁଯୋଗ ମିଳିପାରେ । କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଗୁରୁତ୍ୱ ଦେବେ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ: ସିଲ୍ଭର,ସଂଖ୍ୟା : ୬,ଆରାଧନା : ପ୍ରଭୁ ସ୍କନ୍ଦ
ବୃଷ : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି,ସଂଖ୍ୟା : ୨,ଆରାଧନା : ମା'କମଳା
ମିଥୁନ : ଅଷ୍ଟମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ :ମେରୁନ୍,ସଂଖ୍ୟା : ୮,ଆରାଧନା: ମା'ତ୍ରିପୁର ସୁନ୍ଦରୀ
କର୍କଟ : ସପ୍ତମ ଚନ୍ଦ୍ର, ମଙ୍ଗଳବାର, ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ପରିଚିତ ମହିଳାଙ୍କଠାରୁ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପରକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ :ଧଳା,ସଂଖ୍ୟା : ୩,ଆରାଧନା : ମା'ଭୁବନେଶ୍ୱରୀ
ସିଂହ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ଶତ୍ରୁବୃଦ୍ଧି ଓ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଉପୁଜିବ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ,ସଂଖ୍ୟା : ୧୧,ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ
କନ୍ୟା : ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଓ କଳାପ୍ରତି ଆଗ୍ରହ ପ୍ରକାଶ ପାଇବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ ଏବଂ ଉଚ୍ଚ ଶିକ୍ଷା ପାଇଁ ଯୋଗ୍ୟ ବିବେଚିତ ହେବେ । ପିତାମାତାଙ୍କ କୃପା ଲାଭ କରିବେ ଏବଂ ପାରିବାରିକ ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ :ଚକୋଲେଟ୍,ସଂଖ୍ୟା : ୧୨,ଆରାଧନା : ମା'ଛିନ୍ନମସ୍ତା
ତୁଳା : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଧନକ୍ଷତି, ମାନସିକ ଅସ୍ଥିରତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଓ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଆସିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ,ସଂଖ୍ୟା : ୪,ଆରାଧନା : ମା'ଗାୟତ୍ରୀ
ବିଛା : ତୃତୀୟ ଚନ୍ଦ୍ର, ତୃତୀୟା ତିଥି, ମଙ୍ଗଳବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ,ସଂଖ୍ୟା : ୬,ଆରାଧନା : ପ୍ରଭୁ ସ୍କନ୍ଦ
ଧନୁ : ଦ୍ୱିତୀୟ ଚନ୍ଦ୍ର, ମଙ୍ଗଳବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ ଓ ଆୟ ଅଧିକ କରିବା ପାଇଁ ନୂତନ କଳାକୌଶଳ ଆପଣାଇବେ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଂଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ଆୟର ନୂତନ ମାର୍ଗ ଖୋଲିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଆତ୍ମତୃପ୍ତି ମିଳିବ ନାହିଁ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ,ସଂଖ୍ୟା : ୫,ଆରାଧନା : ମା'ତାରା
ମକର : ଶ୍ରୀଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ବିଶେଷ ଭାବେ ରହିବ ନାହିଁ । ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ପରୋପକାର, ସମାଜସେବାରେ ନିଜକୁ ସାମିଲ୍ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ :ଇନ୍ଦ୍ରନୀଳ,ସଂଖ୍ୟା : ୩,ଆରାଧନା : ମା'କମଳା
କୁମ୍ଭ :ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରୀକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଳା,ସଂଖ୍ୟା : ୬,ଆରାଧନା: ଜଗତ୍ ଜନନୀ ମା'କାଳୀ
ମୀନ : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି,ସଂଖ୍ୟା : ୭,ଆରାଧନା : ପ୍ରଭୁ ଗଜାନନ

0 Comments