ମେଷ : କର୍ମକ୍ଷେତ୍ରରେ ନୂଆ ସୁଯୋଗ ଆସିପାରେ, କିନ୍ତୁ ଅଧୈର୍ଯ୍ୟ ଏଡ଼ାନ୍ତୁ । ପରିବାର ସହ ଆନନ୍ଦମୟ ସମୟ କଟିବ । ଆର୍ଥିକ ଯୋଜନା ସଫଳ ହେବ, ସ୍ୱାସ୍ଥ୍ୟ ପ୍ରତି ସତର୍କ ରହନ୍ତୁ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଗୁରୁତ୍ୱ ଦେବେ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ଲାଲ୍, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।
ବୃଷ : ଅର୍ଥଗତ ସ୍ଥିରତା ବଢ଼ିବ ଏବଂ ପୁରୁଣା ଯୋଜନାରେ ଲାଭ ମିଳିବ । ପ୍ରେମ ଏବଂ ବିବାହିତ ଜୀବନରେ ଗଭୀର ବନ୍ଧନ ଅନୁଭବ ହେବ । ସ୍ୱାସ୍ଥ୍ୟ ଭଲ ରହିବ, କିନ୍ତୁ ଅତ୍ୟଧିକ ଖାଦ୍ୟରୁ ଦୂରେଇ ରୁହନ୍ତୁ । କର୍ମକ୍ଷେତ୍ରରେ ପ୍ରଶଂସା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୨, ଆରାଧନା : ମା' କମଳା ।
ମିଥୁନ : ଯାତ୍ରା କିମ୍ବା ନୂଆ ଶିକ୍ଷାର ସୁଯୋଗ ମିଳିବ । ମନରେ ହାଲୁକା ପରିବର୍ତ୍ତନ ଆସିବ ଏବଂ ସୃଜନଶୀଳତା ବଢ଼ିବ । ପରିବାର ସହ ସମୟ ଆନନ୍ଦରେ କଟିବ, ଆର୍ଥିକଭାବେ ଲାଭାନ୍ୱିତ ହେବେ । ସ୍ୱାସ୍ଥ୍ୟରେ ସତର୍କତା ଆବଶ୍ୟକ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ମୃଗଶିରା ମିଥୁନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୮, ଆରାଧନା: ମା' ତ୍ରିପୁରସୁନ୍ଦରୀ ।
କର୍କଟ : ଆଧ୍ୟାତ୍ମିକ ଜାଗରଣ ହେବ ଏବଂ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦିଅନ୍ତୁ । ସଫଳତା ମିଳିବ । ପରିବାର ସହ ଆନନ୍ଦମୟ ସମୟ କଟିବ । ଆର୍ଥିକ ଲାଭ ଏବଂ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସୁନେଲି, ସଂଖ୍ୟା : ୩, ଆରାଧନା : ମା' ଭୁବନେଶ୍ୱରୀ ।
ସିଂହ : କର୍ମକ୍ଷେତ୍ରରେ ସଫଳତା ଏବଂ ସ୍ପଷ୍ଟତା ଆସିବ । ସ୍ୱାସ୍ଥ୍ୟ ଭଲ ରହିବ, ଆର୍ଥିକ ଯୋଜନା ସଫଳ ହେବ । ପରିବାର ସହ ଶାନ୍ତିପୂର୍ଣ୍ଣ ଦିନ କଟିବ । ପ୍ରେମରେ ମଧୁରତା ବଢ଼ିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଉପୁଜିବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ପୁରୁଣା ପ୍ରୟାସର ଫଳ ମିଳିବ ଏବଂ ଦିନଟି ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବ । ଆର୍ଥିକ ଲାଭ ଏବଂ ସମ୍ପର୍କରେ ଗଭୀରତା ଆସିବ । ଉତ୍ତମ ସ୍ୱାସ୍ଥ୍ୟ, କର୍ମକ୍ଷେତ୍ରରେ ସଫଳତା ମିଳିବ । ପିତାମାତାଙ୍କ କୃପାଲାଭ କରିବେ ଏବଂ ପାରିବାରିକ ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଚକୋଲେଟ୍, ସଂଖ୍ୟା : ୧୨, ଆରାଧନା : ମା' ଛିନ୍ନମସ୍ତା ।
ତୁଳା : କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଧନକ୍ଷତି, ମାନସିକ ଅସ୍ଥିରତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଓ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଆସିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୪, ଆରାଧନା : ମା' ଗାୟତ୍ରୀ ।
ବିଛା : ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।
ଧନୁ : ନୂତନ କଳାକୌଶଳ ଆପଣାଇବେ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଂଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ଆୟର ନୂତନ ମାର୍ଗ ଖୋଲିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଆତ୍ମତୃପ୍ତି ମିଳିବ ନାହିଁ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା' ତାରା ।
ମକର : ଶୁକ୍ର ଏବଂ ମଙ୍ଗଳର ପ୍ରଭାବରେ ସମ୍ପର୍କ ଏବଂ ଅର୍ଥରେ ସ୍ଥିରତା । କର୍ମକ୍ଷେତ୍ରରେ ବଡ଼ ସଫଳତା ଏବଂ ପ୍ରଶଂସା । ସ୍ୱାସ୍ଥ୍ୟ ଭଲ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ପରୋପକାର, ସମାଜସେବାରେ ନିଜକୁ ସାମିଲ୍ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୩, ଆରାଧନା : ମା' କମଳା ।
କୁମ୍ଭ : ନୂଆ ଆରମ୍ଭ ପାଇଁ ଉତ୍ତମ ସମୟ । ମନରେ ସ୍ପଷ୍ଟତା ଆସିବ ଏବଂ ସୃଜନଶୀଳ କାର୍ଯ୍ୟରେ ସଫଳତା । ପରିବାର ସହ ଆନନ୍ଦରେ ରହିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରୀକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୬, ଆରାଧନା: ଜଗଜ୍ଜନନୀ ମା' କାଳୀ ।
ମୀନ : ଆଧ୍ୟାତ୍ମିକ ଶାନ୍ତି ଏବଂ ପୁରୁଣା ସମସ୍ୟାର ସମାଧାନ । ପ୍ରେମ ଏବଂ ପରିବାରରେ ଆନନ୍ଦ । ଆର୍ଥିକ ଲାଭର ଯୋଗ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ

0 Comments