ମେଷ : ସକାଳ ୯ଟା ୨୩ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସ୍ୱଜନ, ପରିଜନଙ୍କ ସହ କଥାବାର୍ତ୍ତା, ଆର୍ଥିକ କାରବାର, ଯେକୌଣସି କର୍ମ କରିବା ପୂର୍ବରୁ ଭଲଭାବର ଭାବିଚିନ୍ତି ଆରମ୍ଭ କରିବେ। ଏହା ପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଳିବ। ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ।
ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ। ଆୟ ଅଧିକ ବ୍ୟୟ ବହୁତ କମ୍ ରହିବ ଏବଂ ଆୟର କିଛି ଅଶ ସଞ୍ଚୟରେ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ। କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ମିଳିବ ନାହିଁ। ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ।
ଶୁଭ ରଙ୍ଗ: ସିଲଭର, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ
ବୃଷ : ସକାଳ ୯ଟା ୨୩ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଓ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ। ଏହା ପରେ ଶ୍ରୀଚନ୍ଦ୍ର ବୁଧବାର ଯୋଗୁ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ। ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା, ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହର୍କମୀଙ୍କ ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ । ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।
ମିଥୁନ: ସକାଳ ୯ଟା ୨୩ ମିନିଟ୍ ପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଠିକ୍ ସମୟରେଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ବୃଥା ଭ୍ରମଣ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ସଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ :ସବୁଜ, ସଂଖ୍ୟା : ୮, ଆରାଧନା: ଭଗବାନ ବିଷ୍ଣୁ ।
କର୍କଟ: ଦଶମ ଓ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଏବଂ ରବିଙ୍କ ନକ୍ଷତ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେଉନ୍ନତି ଆସିବ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଆର୍ଥିକ ସି୍ଥତିରେ ଉନ୍ନତି ଆଣିବା ପାଇଁ ନୂତନ ଯୋଜନା କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ ।
ସିଂହ: ନବମ ଓ ଦଶମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଏବଂ ରବିଙ୍କ ନକ୍ଷତ୍ର ସାରା ଦିନ ରହୁଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଈପସିତ୍ ପଦାର୍ଥ ହାତାପାଆନ୍ତରେ ଉପଲବ୍ଧ ହେବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଭାଗ୍ୟ, ଭବିଷ୍ୟ, ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ ଏବଂ ନିଜକୁ ଧାର୍ମିକ କର୍ମକୁ ସାମିଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ପୂର୍ବା ଫାଲଗୁୂନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ :ଲାଲ୍, ସଂଖ୍ୟା : ୬, ଆରାଧନା : ମା' ମାଣିକେଶ୍ୱରୀ ।
କନ୍ୟା: ସକାଳ୯ଟା ୨୩ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଏହା ପରେ ନବମ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ କୌଣସି ସଭା କିମ୍ବା ସଙ୍ଗଠନରନେତୃତ୍ୱ ନେବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉର୍ମାନଙ୍କର ହସ୍ତା ଓ ଚିତ୍ରା କନ୍ୟା ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା' ତ୍ରିପୁରସୁନ୍ଦରୀ ।
ତୁଳା: ସକାଳ ୯ଟା ୨୩ ମିନିଟ୍ ପରେ ଅଷ୍ଟମ ଚନ୍ଦ୍ର ଓ ଘାତତିଥି ଯୋଗୁ ମନରେ ଦୁଶ୍ଚିନ୍ତା,ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା' କମଳା ।
ବିଛା : ସକାଳ ୯ଟା ୨୩ ମିନିଟ୍ ପରେ ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ରପାତ ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ପରିଚିତ ମହିଳାଙ୍କଠାରୁ ଅପମାନ ମିଳିବ କିମ୍ବା ତାଙ୍କ ଯୋଗୁ ବିପଦରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ମହିଳା ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ :ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।
ଧନୁ : ପଞ୍ଚମ ଓ ଷଷ୍ଠ ଚନ୍ଦ୍ର ଭୋଗ ହେଉଥିବାରୁ ଘାତତିଥିର ପ୍ରଭାବ ରହିବ ନାହିଁ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ନୂତନ ବିଦ୍ୟା ଓ କଳା ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ । ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ଉପାୟ ମିଳିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ବିଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ :ହଳଦିଆ ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ
ମକର : ସକାଳ ୯ଟା ୨୩ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ଆର୍ଥିକ କାରବାର, ଯାନବାହନ ଆରୋହଣ, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ଏହାପରେ ପଞ୍ଚମ ଚନ୍ଦ୍ର ଭୋଗ ହେଲେ ମଧ୍ୟ ଘାତତିଥି ଯୋଗୁ ସମସ୍ତ କର୍ମରେ କିଛିଟା ଶୁଭଫଳ ମିଳିଲେ ମଧ୍ୟ ଅପବ୍ୟୟ ଓ ମନରେ ଅସ୍ଥିରତା ଭାବ ଲାଗି ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମାର ବିକାଶ ଘଟିବ ଏବଂ ଆପଙ୍କର ବାକ୍ ସଂଯମତା ପ୍ରକାଶ ପାଇବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ଉନ୍ନତି ଆସିବ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ଚାଲିଚଳନ, ବ୍ୟବହାର ମାର୍ଜିତ ହେବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା' ଦୁର୍ଗା ।
କୁମ୍ଭ : ସକାଳ ୯ଟା ୨୩ ମିନିଟ୍ ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିôବା ଧନ ପାଇବାରେ ବିଫଳ ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଅନ୍ୟକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟ ଘଟିବ ଏବଂ କର୍ମରେ ବିଫଳତା ଓ ସମସ୍ତଙ୍କର ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ମା' ଭୈରବୀ ।
ମୀନ : ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ। ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୁର୍ଣ୍ଣ ହେବ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ଆୟର ନୂତନ ମାର୍ଗ ଖୋଲିବ। ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, କର୍ମ ତତ୍ପରତା, କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ପୂର୍ବଭାଦ୍ର ଓ ଉତ୍ତର ଭାଦ୍ର ମୀନ, ସେମାନେ ଉପକୃତ ହେବେ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା' ତାରିଣୀ।

0 Comments