ମେଷ :ସକାଳ ୧୦ଟା ୨୬ ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ଆୟ ଏବଂ କର୍ମରେ କିଛିଟା ସଫଳତା ମିଳିବ । ଏହାପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ ।
ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରବଣ ଲାଗି ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ: ସିଲ୍ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।
ବୃଷ :ଷଷ୍ଠ ଓ ସପ୍ତମ ଚନ୍ଦ୍ର ଯୋଗୁ ମାନସିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା' ଗାୟତ୍ରୀ ।
ମିଥୁନ :ସକାଳ ୧୦ଟା ୨୬ ମିନିଟ୍ ପର୍ଯ୍ୟନ୍ତ ପଞ୍ଚମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ପରିବେଶ ସୃଷ୍ଟି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଏହାପରେ ଷଷ୍ଠ ଚନ୍ଦ୍ର ଯୋଗୁ ହୃତ ଗୌରବ, ହୃତ ସମ୍ମାନ ଫେରିପାଇବେ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛିମାତ୍ରାରେ ସମର୍ଥ ହେବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା: ଭଗବାନ ବିଷ୍ଣୁ ।
କର୍କଟ :ସକାଳ ୧୦ଟା ୨୬ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ, କର୍ମରେ ଆଶାଠାରୁ ଅଧିକ ସଫଳତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଏହା ପରେ ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କର କର୍ମ ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ଅଯଥା ଶତ୍ରୁବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ ଏବଂ ଘାତବାର ଯୋଗୁ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ପୁନର୍ବସୁ କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ମା' ଭୁବନେଶ୍ୱରୀ ।
ସିଂହ : ତୃତୀୟ ଓ ଚତୁର୍ଥ ଚନ୍ଦ୍ର ଓ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟବ । ମାଲିମକଦ୍ଦମାରେ ବିଜୟ ହାସଲ କରିବେ ଏବଂ ହୃତଧନ ଫେରିପାଇବେ । କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୁର୍ବା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ସକାଳ ୧୦ଟା ୨୬ ମିନିଟ୍ ପର୍ଯ୍ୟନ୍ତ ଦ୍ୱିତୀୟ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ କ୍ଷତି, ପରିବାରରେ ଅଶାନ୍ତି, ମନରେ ଅସ୍ଥିରତା, କର୍ମରେ ବିଫଳତା, ସ୍ୱଜନରେ ମତାନ୍ତର ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଏହା ପରେ ତୃତୀୟ ଚନ୍ଦ୍ର ଯୋଗୁ ଆର୍ଥିକ ସ୍ଥିତିରେ ସୁଧାର ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆୟର ନୂତନ ମାର୍ଗ ଖୋଲିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ସ୍ୱଜନ, ପରିଜନ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା' ଛିନ୍ନମସ୍ତା ।
ତୁଳା : ସକାଳ ୧୦ଟା ୨୬ ମିନିଟ୍ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ, ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଏହାପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ସଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା' କମଳା ।
ବିଛା : ଦ୍ୱାଦଶ ଚନ୍ଦ୍ର ଓ ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଅପବ୍ୟୟ, ଅପବାଦ, ଅପଯଶରୁ ମୁକ୍ତି ମିଳିବ ଏବଂ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।
ଧନୁ :ଏକାଦଶ ଚନ୍ଦ୍ର ଓ ଦ୍ୱାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା' ତାରା ।
ମକର :ଦଶମ ଓ ଏକାଦଶ ଚନ୍ଦ୍ର, ବୁଧବାର ଓ ତ୍ରୟୋଦଶୀ ତିଥି ଯୋଗୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବେ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା' କାଳୀ ।
କୁମ୍ଭ :ସକାଳ ୧୦ଟା ୨୬ ମିନିଟ୍ ପର୍ଯ୍ୟନ୍ତ ନବମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା, କର୍ମରେ ବିଫଳତା, ପରିବାରରେ ଅଶାନ୍ତି ଏବଂ ସମ୍ମାନ ହାନି ଘଟିବ । ଏହାପରେ ଦଶମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା : ମା' ଚଣ୍ଡୀ ।
ମୀନ :ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ପରିବାରରେ ଅଶାନ୍ତିର ପରିବେଶ ରହିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା' ଧୂମାବତୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ

0 Comments